ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଏକମା ର ବାର୍ଷିକ ଉତ୍ସବ

ସୁନ୍ଦରଗଡ଼,(ହଲଚଲ୍ ନ୍ୟୁଜ୍)-ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ପରିସରରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ବଡ଼ଗାଁ ବିଇଓ ସାରଙ୍ଗଧର ବରିହା ଯୋଗ ଦେଇଥିଲେ ଏବଂ ମୁଖ୍ୟବକ୍ତା ଭାବେ ଲେଫ୍ରିପଡ଼ା ବିଇଓ ହରେକୃଷ୍ଣ ପୁରୋହିତ ଯୋଗ ଦେଇଥିଲେ।ପ୍ରଧାନଶିକ୍ଷକ ବିଦ୍ୟାଳୟର ବାର୍ଷିକ ବିବରଣୀ ପାଠ କରିଥିଲେ।ଶେଷରେ ଛାତ୍ର ଛାତ୍ରୀ ମାନଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।