ପ୍ରଧାନମନ୍ତ୍ରୀ ମୋଦି ସ୍ୱର୍ଗତ ଅରୁଣ ଜେଟଲୀଙ୍କ ବାସଭବନକୁ ପହଞ୍ଚିଲେ

ନୂଆଦିଲ୍ଲୀ : ଦିବଂଗତ ଭାଜପା ନେତା ସ୍ୱର୍ଗତ ଅରୁଣ ଜେଟଲୀଙ୍କ ବାସଭବନକୁ ଆଜି ଯାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ମୋଦୀଙ୍କ ସହ ଗୃହମନ୍ତ୍ରୀ ଅମିତ ଶାହା ମଧ୍ୟ ସେଠାରେ ଉପସ୍ଥିତ ଅଛନ୍ତି । ସେଠାରେ ଜେଟଲୀଙ୍କ ପରିବାର ଲୋକଙ୍କ ସହ ଆଲୋଚନା କରିଛନ୍ତି । ଜେଟଲୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ପ୍ରଧାନମନ୍ତ୍ରୀ ।
ଉଲ୍ଲେଖଯୋଗ୍ୟ ଯେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବିଜେପିର ବରିଷ୍ଠ ନେତା ଅରୁଣ ଜେଟଲୀଙ୍କ ଗତ ୨୪ ତାରିଖ ଦିନ ପରଲୋକ ଘଟିଥିଲା । ଦିଲ୍ଲୀର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇ ଥିଲା। ନିଃଶ୍ୱାସପ୍ରଶ୍ୱାସ ନେବାରେ ଅସୁବିଧା ହେବା ଯୋଗୁ ତାଙ୍କୁ ଅଗଷ୍ଟ ୯ ତାରିଖରେ ଏମ୍ସରେ ଭର୍ତ୍ତି କରାଯାଇଥିଲା। ତାଙ୍କୁ ସେଠାରେ ଲାଇଫ୍ ସପୋର୍ଟ ସିଷ୍ଟମ୍‌ରେ ରଖାଯାଇଥିଲା ।

Loading…