ଲଇକେରା ସାସ୍ବତୀ ଇଂଲିଶ ମିଡିୟମ ସ୍କୁଲର ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା

ଝାରସୁଗୁଡା : ଗାନ୍ଧିରାମ ବେହେରା (ହଲଚଲ୍ ନ୍ୟୁଜ୍)
ଝାରସୁଗୁଡ଼ା ଜିଲ୍ଲା ଲଇକେରା ବ୍ଲକ ରେଙ୍ଗାଳବେଡ଼ା ସ୍ଥିତ ସାସ୍ବତୀ ଇଂଲିଶ ମିଡିୟମ ସ୍କୁଲର ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । କ୍ରୀଡା ପ୍ରତିଯୋଗିତା କାର୍ଯ୍ୟକ୍ରମ ଅବସରରେ ଲଇକେରା ଥାନାଧିକାରୀ ପ୍ରବୀର କେଶରୀ ତ୍ରିପାଠୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ କ୍ରୀଡ଼ାର ବିକାଶରେ ଛାତ୍ରୀମାନଙ୍କର ଭୂମିକା ବିଷୟରେ ଆଲୋକପାତ କରି “ସ୍ୱାସ୍ଥ୍ୟ ହିଁ ଜୀବନ” ର ପରିଭାଷା ବୁଝାଇଥିଲେ । ଭାତଲଇଡ଼ା କଲେଜ ଅଧ୍ୟକ୍ଷ ଶ୍ରୀ ସନ୍ତୋଷ କୁମାର ପଟେଲ ମୁଖ୍ୟ ବକ୍ତା ଭାବେ ଯୋଗଦେଇ କ୍ରୀଡ଼ ଶାରୀରିକ ଓ ମାନସିକ ସ୍ତରରେ ବିକାଶ ଉପରେ ଛାତ୍ରଛାତ୍ରୀ ମାନଙ୍କୁ ବୁଝାଇଥିଲେ । ବିଦ୍ୟାଳୟର ନିର୍ଦ୍ଦେଶକ ମନୋରଞ୍ଜନ ଦାସ କୃତିତ୍ବ ହାସଲ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ । ଏହି କ୍ରୀଡା ପ୍ରତିଯୋଗିତାର ପ୍ରଥମ ଦିନ ବିଦ୍ୟାଳୟର ପ୍ରତିଷ୍ଠାତା ଶ୍ରୀ ସନ୍ତୋଷ କୁମାର ପଟେଲ ମୁଖ୍ୟ ଅତିଥି ଭାବେ ଯୋଗଦେଇ କ୍ରୀଡ଼ା ଉତ୍ସବକୁ ଉଦଘାଟନ କରି ସମସ୍ତ ଶିକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଥିଲେ । ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ବାର୍ଷିକ କ୍ରୀଡା ଉତ୍ସବକୁ ଆଗେଇ ନେବାକୁ ପରାମର୍ଶ ଦେଇଥିଲେ । ସ୍କୁଲର ଅଧକ୍ଷା କମଳିକା ଦତ୍ତା ସଭାପତିତ୍ୱ କରି ବାର୍ଷିକ କ୍ରୀଡା ପ୍ରତିଯୋଗିତାକୁ ପ୍ରତିପାଲନ କରିଥିଲେ । ସ୍ତାନୀୟ ରେଙ୍ଗାଳବେଡ଼ା ଗୌନ୍ତିଆ ପରକ୍ଷିତ ପଟେଲ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ଏହି କ୍ରୀଡା ପ୍ରତିଯୋଗିତାରେ ୨୩୦ ଜଣ ଶିକ୍ଷାର୍ଥୀ ଅଂଶଗ୍ରହଣ କରିଥିଲେ । ତନ୍ମଧ୍ୟରୁ ୮୩ଜଣ କୃତି ଛାତ୍ରଛାତ୍ରୀଙ୍କୁ ଅତିଥିମାନେ ପୁରସ୍କାର ବିତରଣ କରିଥିଲେ । ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ମାନେ ସହଯୋଗ କରିଥିଲେ ।