ବଅଁରପାଳ: ଯାତ୍ରୀବାହୀ ବସ ଦୁର୍ଘଟଣାଗ୍ରସ୍ତ

ଅନୁଗୁଳ: ଜିଲ୍ଲାର ବଅଁରପାଳ ଥାନା ଅନ୍ତର୍ଗତ ଗୋଟମରା ନିକଟରେ ଏକ ଯାତ୍ରୀବାହୀ ବସ ଦୁର୍ଘଟଣାଗ୍ରସ୍ତ ହୋଇ ୪୧ ଜଣ ଆହତ ହୋଇଛନ୍ତି। ରାତି ପ୍ରାୟ ୨.୪୫ ମିନିଟ ସମୟରେ ମଣିଶିବ ନାମକ ବସଟି ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା ମିଳିଛି। ଆହତମାନଙ୍କୁ ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।